ଗୀତସଂହିତା 75
Oriya Bible: Easy-to-Read Version
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ।
75 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ।
ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ;
ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।
2 ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ,
ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।
3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି,
କିନ୍ତୁ ମୁଁ ତାକୁ ସ୍ଥିର କରିବି।
4-5 “କିଛି ଲୋକ ବହୁତ ଗର୍ବୀ,
ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ।
ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି।
କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।”’
6 କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ
ପୃଥିବୀର କୌଣସି ଶକ୍ତି ନାହିଁ।
7 ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି
ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ।
ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।
8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି,
ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ।
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ
ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।
9 ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି।
ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।
10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି
ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”
2010 by Bible League International